![]() |
ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କାର୍ଯ୍ୟରେ ତତ୍ପର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । |
![]() |
କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ । |
![]() |
ପରମ ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟିବ । ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟୁତ୍ ପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ଲାଭ କରିବେ । ଧନାଗମ ହେବ । |
![]() |
ସୁଖ ସମ୍ମାନ ଲାଭ କରିପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୈନିକ ମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନ ମିଳିବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । |
![]() |
ଶତ୍ରୁମାନଙ୍କର ବିରୋଧରେ ସମ୍ମୁଖୀନ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ପୀଡ଼ା ଦେଖା ଦେଇପାରେ । ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ସର୍ବୋପରି ରାଜଯୋଗ ଅଛି । |
![]() |
ଗୁରୁତ୍ୱପୂର୍ଣ୍ଣ ସମସ୍ୟାକୁ ସମାଧାନ କରିବାରେ ସଫଳ ହେବେ । ମୂଲ୍ୟବାନ୍ ଦ୍ରବ୍ୟ କିଣି ପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସମ୍ମାନ ପାଇବେ । |
![]() |
ଚିନ୍ତାଧାରା ସୁଦୂର ପ୍ରସାର ହେବ । ସୁସ୍ଥ ରହିବେ । କୁଳ ପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ । |
![]() |
ସତ୍ସଙ୍ଗୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧାର୍ମିକ ହେବେ । ବିଦ୍ୱାନ୍ ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହୋଇପାରନ୍ତି । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଥଣ୍ଡା, ସର୍ଦ୍ଦିରେ ଆକ୍ରାନ୍ତ ହେବେ । |
![]() |
ପ୍ରୀତ ଲାଭ କରିପାରନ୍ତି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଉପୁଜି ପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଉପଦେଶ ଶୁଭଦାୟକ ହୋଇପାରେ । |
![]() |
ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁ ଦମନ କରି ଚିନ୍ତା ମୁକ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହୋଇପାରନ୍ତି । ବୁଝାମଣା ଉଚିତ୍ ହେବ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆଜ୍ଞାକାରିଣୀ ପତ୍ନୀଙ୍କ ପରାମର୍ଶରେ ବ୍ୟବସାୟ ଚଳାଇଲେ ପ୍ରଚୁର ଧନ ଲାଭ ହେବ । ତେଜସ୍ୱୀ ଓ ଜନବଲ୍ଲଭ ହେବେ । |