OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Saturday 5th Oct 2019

Odia Rashiphala

Odia Rashiphala

ଆର୍ଥିକ ଉନ୍ନତି ପାଇଁ ଉଦ୍ୟମ ଜାରି ରଖିବେ । ସେବା-ପୂଜା ପ୍ରତି ମନ ବଳାଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ଦିନ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଷଡ଼ଯନ୍ତ୍ରର ଶିକାର ହୋଇପାରନ୍ତି । ସୁଖଭୋଗ କରିବା କଷ୍ଟସାଧ୍ୟ ହେବ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉ ଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ । ଜଳଯାତ୍ରା ମନା ।
ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସାମାଜିକ କ୍ଷେତ୍ରରେ ସେବା ପ୍ରତି ଆକୃଷ୍ଟ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପରେ ଗୁରୁତ୍ୱ ଦେବେ । ବନ୍ଧୁ ସହାୟତା ମିଳିବ ।
ମନୋବଳ ଦୃଢ଼ ରହିବ । ଯଦିଓ ଶତ୍ରୁ ଭୟ ରହିଛି ତଥାପି କଳ-କୌଶଳ ପ୍ରୟୋଗ କରି ଶତ୍ରୁ ଦମନ କରିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ ।
ଅତୀତର ତ୍ରୁଟିରେ ସୁଧାର ଆଣିବାରେ ସକ୍ଷମ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ସୌଭାଗ୍ୟ ଅଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶିକ୍ଷିତା ପତ୍ନୀଙ୍କ ସହାୟତା ପାଇବେ ।
ଚାହୁଁଥିବା ସାହାଯ୍ୟ ମିଳିବ । ଉଦାର ପ୍ରକୃତିର ହୋଇ ପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । କୃଷିକ୍ଷେତକୁ ତ୍ୱରାନ୍ୱିତ କରିପାରନ୍ତି । ଜଳପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଏକ ନୂତନ କାର୍ଯ୍ୟ ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହୋଇପାରନ୍ତି । କଥାଶୈଳୀରେ ମାଧୁର୍ଯ୍ୟତା ରହିବ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିବେ । ପ୍ରେମୀ ଓ ସାହସୀ ହେବେ ।
କଳହରେ ଜଡ଼ିତ ନ ହୋଇ ମୁହଁ ଫେରାଇ ନେବା ସହିତ କ୍ରୋଧ ସମ୍ବରଣ ଆପଣଙ୍କ ପକ୍ଷେ ଅତି ଭଲ ହେବ । ଆଶାବାଦୀ ହେବେ । ଭାଗ୍ୟଶାଳୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ସ୍ୱଭାବଯୁକ୍ତ ବିଦ୍ୟାପ୍ରେମୀ ହେବେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି ।
କାର୍ଯ୍ୟରେ ସଫଳତା ଲାଭ କରିବେ । କେତେକ କ୍ଷେତ୍ରରେ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର କଥାରେ ଅନ୍ୟକୁ ବଶକରିପାରନ୍ତି । ଖର୍ଚ୍ଚାନ୍ତ ହେବେ ।
ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହ ସୁଖ ସହିତ ଯାନବାହନ ସୁଖ ମିଳିବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ ।
କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଆପଣଙ୍କ ଶ୍ରମ ସାର୍ଥକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments