OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 15th Dec 2019

Odia Rashiphala

Odia Rashiphala

ଗୃହରୁ ଶାନ୍ତି ମିଳିବ । ବାଦ-ବିବାଦର ଆପୋଷ ସମାଧାନ ହେବ । ଉଦାର ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ଦାନଶୀଳ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ ହେବେ ।
ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିପାରେ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମିଷ୍ଟଭାଷୀ ହେବେ । ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ଭାବ ଅତୁଟ ରହିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ପରମ ସୌଭାଗ୍ୟଶାଳୀ ହେବେ । ଉତ୍ତମ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ସ୍ୱୀକୃତ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଧନାଗମ ହେବ ।
ଯେକୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ସୈନିକମାନେ ରଣାଙ୍ଗନରେ ବୀରତ୍ୱ ପ୍ରକାଶ କରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ ।
ଭାବି ଚିନ୍ତି କାର୍ଯ୍ୟ କରିବେ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା-କଫ ଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ସ୍ନେହୀ ଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ ।
ଶତ୍ରୁ ଚିନ୍ତାରେ ମନ ବ୍ୟସ୍ତ ରହିବ । ଆମୋଦପ୍ରମୋଦରେ ଦିନ ବିତାଇବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ସମ୍ମାନିତ ହେବେ ।
ଉଚ୍ଚକର୍ତ୍ତୃପକ୍ଷଙ୍କ ସାହାଯ୍ୟ ପାଇବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଉଦ୍ୟୋଗୀ ହେବେ ।
ଅର୍ଥ ପ୍ରାପ୍ତିର ସୂଚନା ମିଳିବ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସର୍ଦି-କଫରେ ପୀଡ଼ିତ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ଅର୍ଥ ପ୍ରାପ୍ତିର ମାର୍ଗ ସୁଗମ ହେବ । ତଥାପି ମନର ଉଦ୍‌ବେଗକୁ ଚାପି ରଖିବାକୁ ପଡ଼ିବ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ମନର ଅହଂଭାବ ଜାଗ୍ରତ ହେବ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ ।
କାର୍ଯ୍ୟକ୍ଷେତ୍ରରେ ଉନ୍ନତିର ମାର୍ଗ ଅନୁଶରଣ କରିବେ । ମନୋବଳ ଦୃଢ଼ ରହିବ । ଚକ୍ଷୁରେ ପୀଡ଼ା ଉପୁଜି ପାରେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶକ୍ତିମାନ୍ ହେବେ । ଶତ୍ରୁହନ୍ତା ହୋଇପାରନ୍ତି ।
ବନ୍ଧୁ ମେଳରେ ସମୟ ବିତାଇ ପାରନ୍ତି । ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରୀ ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments