OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 17th May 2020

Odia Rashiphala

Odia Rashiphala

କାର୍ଯ୍ୟ ଆୟତ୍ତାଧୀନ ହେବ । ଥଣ୍ଡା-ଜ୍ୱର ପ୍ରତି ସତର୍କ ରହିବାକୁ ପଡ଼ିବ । ପ୍ରତିକାର ପାଇଁ କ୍ରିୟାଶୀଳ ହେବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଏକାନ୍ତରେ ରହିବାକୁ ଇଚ୍ଛା ପ୍ରକାଶ କରିପାରନ୍ତି । ସ୍ନେହପୂର୍ଣ୍ଣ ଭାଷାରେ ପରକୁ ଆପଣାର କରିବେ ।
ଦାମ୍ଭିକତା ପ୍ରଦର୍ଶନ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । ଚଞ୍ଚଳମନା ଓ କରିତ୍‌କର୍ମା ହେବେ ।
ଯୋଗାଯୋଗରେ କାର୍ଯ୍ୟ ହାସଲ କରିବାର ସମ୍ଭାବନା ଅଛି । ମନ ପ୍ରସନ୍ନ ରହିବ । କୁଳ ପ୍ରଦୀପ ହେବା ଆଶା କରାଯାଏ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିବେ ।
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ଅତିବାହିତ କରିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପରୋପକାରୀ ହେବେ ।
ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ମିତ୍ରମାନେ କରଛଡ଼ା ଦେବାର ସମ୍ଭାବନା ଅଛି । ଉଚ୍ଚ ସ୍ଥାନ ଆରୋହଣ ଓ ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡ଼ିବ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।
‌ଯେକୌଣସି କାର୍ଯ୍ୟ କରନ୍ତୁ ନା କାହିଁକି; ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ମିଳନର ସୁଯୋଗ ଅଛି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ବିଶେଷ ଉପକୃତ ହେବେ ।
ଶତ୍ରୁ ଉପରେ ତୀକ୍ଷ୍ମ ଦୃଷ୍ଟି ରଖିପାରନ୍ତି । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଭାଇମାନଙ୍କଠାରୁ ସ୍ନେହସହଯୋଗ ମିଳିବ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସା ମିଳିବ ।
ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ଚଞ୍ଚଳତା ପ୍ରକାଶ ପାଇବ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷି ପ୍ରତି ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ ।
ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ପ୍ରତି ପୂର୍ବ ସତର୍କତା ଆବଶ୍ୟକ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ ।
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ରମାନଙ୍କଠାରୁ ସ୍ନେହସହାନୁଭୂତି ମିଳିବ । ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ ।
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ସାମାଜିକ ଗୌରବର ଅଧିକାରୀ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments