OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Sunday 25th April 2021

Odia Rashiphala

Odia Rashiphala

ବନ୍ଧୁ ମିଳନ ଘଟିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରୋଗ ଶରୀରଯୁକ୍ତ ହେବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଚକ୍ଷୁ ଯନ୍ତ୍ରଣା ଉପସମ ପାଇଁ ଖର୍ଚ୍ଚାନ୍ତ ହେବେ ।
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଧାର୍ମିକ ହେବେ ।
ଉଦାର ପ୍ରକୃତରି ହେବେ । ଦାନଶୀଳ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ଓ ସୁଖୀ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମରୁ ଲାଭବାନ୍ ହେବେ । ବୁଦ୍ଧିମାନ୍ ହେବେ । ଯାନବାହନ ସୁଖ ମିଳିପାରେ ।
କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଉପୁଜିପାରେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
ପରମ ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ ଓ ସହନଶୀଳ ହେବେ । ଶାନ୍ତିପ୍ରିୟ ହୋଇପାରନ୍ତି । ବିଦ୍ୟାପ୍ରେମୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବ୍ୟବସାୟରୁ ଅଧିକ ଧନଲାଭ ହେବ ।
ବନ୍ଧୁମାନଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ସୁସ୍ଥ ଓ ନିରାମୟ ରହିବେ । ଐଶ୍ୱର୍ଯ୍ୟ ପ୍ରାପ୍ତିର ସୁଚନା ମିଳୁଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । ମୋକଦ୍ଦମା ଖର୍ଚ୍ଚ ମିଳିପାରେ । ଧନ ସମ୍ପଦ ଭରପୂର ରହିବ । ସୁସ୍ୱାଦୁ ଭୋଜନ ମିଳିବ ।
ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି । ମଧୁର କଥା କହି ପରକୁ ଆପଣାର କରିପାରନ୍ତି ।
ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ତନ୍ତ୍ର ମନ୍ତ୍ରାଦି ଓ ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ ।
ଶରୀର ସୁସ୍ଥ ରହିବ । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହଭାବ ରହିବ । ସରକାରୀ କୃପା ଲାଭ କରିବେ ।
ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମନରେ ଉଦ୍‌ବେଗ ଜାତ ହେବ ।
ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟରୁ ଲାଭବାନ୍ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ଯୋଗ ଅଛି । ଧର୍ମକାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ ।
ସୁଖ ସନ୍ତୋଷ ମିଳିବ । ବ୍ୟବସାୟ ଲାଭଜନକ ହେବ । ଜିତେନ୍ଦ୍ରୀୟ ହେବେ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ସ୍ୱକର୍ମ ପାଇଁ ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଅଧୀନ ହେବେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments