![]() |
କର୍ମଚଞ୍ଚଳ ରହିବେ । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରି ପାରନ୍ତି । ମଧୁର କଥାରେ ପରକୁ ଆପଣାର କରିବେ । |
![]() |
ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରୋଗ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି । |
![]() |
ମନ ପ୍ରସନ୍ନ ରହିବ । କୁଳ ପ୍ରଦୀପ ହୋଇପାରନ୍ତି । ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ, ସଦିଚ୍ଛା ଭାବ ରହିବ । |
![]() |
ସେବକ ମନୋଭାବର ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ଓ ବିଳାସୀ ହେବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ବିତାଇ ପାରନ୍ତି । ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । |
![]() |
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପ୍ରତିହିଂସା ପରାୟଣ ହେବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସାମାନ୍ୟ ଆଘାତ ଲାଗିପାରେ । |
![]() |
ବନ୍ଧୁମେଳରେ ସମୟ କଟାଇ ପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭଜନକ ହେବ । ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ସୁଖପ୍ରଦ ହେବ । |
![]() |
ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତି । ସୁଖୀ ହେବେ । |
![]() |
ଆୟ ବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି । କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ପାଇଁ ସମ୍ମାନ ବୃଦ୍ଧି ହେବ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ପକ୍ଷରୁ ଆସିବ । ବ୍ୟବସାୟ ଲାଭଦାୟକ ହେବ । |
![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ଓ ପରୋପକାରୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷିକ୍ଷେତ୍ର ଉପରେ ଅଧିକ ଧ୍ୟାନ ଦେବେ । ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି । |
![]() |
କର୍ମକ୍ଷେତ୍ର ଉତ୍ସାହଜନକ ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡାରେ ସାମାନ୍ୟ କ୍ଲେଶର ସୂଚନା ମିଳୁଛି । ଭ୍ରାତୃ ଭାବ ଅତୁଟ ରହିବ । ପ୍ରେମୀ ଓ ସାହସୀ ହେବେ । |
![]() |
ନିରଳସ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । ବ୍ୟବସାୟରୁ ଅଧିକ ଧନଲାଭ ହେବେ । ପାରିବାରିକ ସୁଖ ମିଳିବ । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଭଲ ଆୟ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି । ଧନ-ସମ୍ପଦ ଭରପୂର ରହିବ । |