![]() |
ନିଯୁକ୍ତି ସୁଯୋଗ ଅଛି । କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହୋଇପାରନ୍ତି । ମହିଳାମାନଙ୍କ ପ୍ରତି ସମ୍ମାନବୋଧ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ମଧୁର ଭାଷୀ ହେବେ । ରାଜଯୋଗ ଅଛି । |
![]() |
ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକ ପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଦାମ୍ପତ୍ୟ ସୁଖ ପାଇବେ । ସୁଖୀ ହେବେ । |
![]() |
ଅନ୍ୟକୁ ଉଦ୍ଧାର କରିବାକୁ ଯାଇ ନିଜେ ବିପଦକୁ ବରଣ କରିପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସ୍ନେହ ରହିବ । |
![]() |
ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ ବିଳାସରେ ବୁଡ଼ି ରହିବେ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ପର୍ଯ୍ୟଟନର ସୁବିଧା, ସୁଯୋଗ ମିଳିପାରେ । |
![]() |
ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ମିତ୍ରମାନେ କରଛଡ଼ା ଦେଇପାରନ୍ତି । ଶତ୍ରୁମାନେ କ୍ଷତି ଘୁଞ୍ଚାଇବାକୁ ଉଦ୍ୟମ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସାଥି କରଛଡ଼ା ଦେବେ । |
![]() |
ବ୍ୟବସାୟ ଲାଭଜନକ ହେବ । ଉତ୍ତମ ଜନସେବା କରି ପରିଚୟ ସୃଷ୍ଟି କରିବେ । ମନରେ ସାମୟିକ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ । ସୁଖୀ ହେବେ । |
![]() |
ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ସୁଖୀ ହେବେ । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । |
![]() |
ଅନ୍ୟ ପାଇଁ ଜାମିନ୍ଦାର ହୋଇପାରନ୍ତି । ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । |
![]() |
ଗୁରୁକୃପା ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁର ଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ । |
![]() |
ଯୋଗାଯୋଗ ସଫଳଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତିତ୍ୱ ବିକଶିତ ହେବ । ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିତ୍ର ସୁଖ ମିଳିପାରେ । |
![]() |
ଧାର୍ମିକ ପ୍ରବୃତ୍ତିର ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ଓ ମାଲିମୋକଦ୍ଦମାରେ ବିଜୟୀ ହୋଇ, ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି । ଧନ-ସମ୍ପଦ ଭରପୂର ରହିବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହେବେ । |