OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Thursday 5th Nov 2020

Odia Rashiphala

Odia Rashiphala

ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ସଫଳତା ପାଇବେ । ପ୍ରତିଯୋଗିତାରେ ବିଜୟ ଲାଭ କରିବେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ସରକାରୀ ସ୍ତରରୁ ଲାଭ ମିଳିବ । ଅଶାନ୍ତି ଦୂର ହେବ ।
ଆଶାବାଦୀ ହେବେ । ତ୍ୟାଗଶୀଳ ହୋଇପାରନ୍ତି । ଜଣେ ବିଜ୍ଞ ବ୍ୟକ୍ତି ଭାବେ ସାମାଜିକ କ୍ଷେତ୍ରରେ ଜନସାଧାରଣଙ୍କର ଆଦରଣୀୟ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଅତିସୁଖୀ ଓ କୀର୍ତ୍ତିମାନ୍ ହୋଇପାରନ୍ତି ।
ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନ ମିଳିବ । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ରହିବେ । ନୂଆ ବନ୍ଧୁ ଜୁଟି ପାରନ୍ତି । ଚିନ୍ତାଧାରା ମହତ ହେବ ।
କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିପାରନ୍ତି । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ମଧୁରଭାଷୀ ଭାବେ ପରକୁ ଆପଣାର କରିବେ ।
ପରର ଉପକାର କରି ଆତ୍ମ ସନ୍ତୋଷ ଲାଭ କରିବେ । ସୁସମ୍ୱାଦ ଶୁଣି ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ସରକାରୀ ଅର୍ଥପ୍ରାପ୍ତିର ସୂଚନା ମିଳୁଛି ।
ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ । ଘାତଚନ୍ଦ୍ର ଅଛି ।
ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତାର ଅଧିକାରୀ ହେବେ ଓ ତା’ର ସଦ୍‍ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ଅର୍ଥ ପ୍ରାପ୍ତି ପାଇଁ କଷ୍ଟ ସ୍ୱୀକାର କରିବାକୁ ପଡ଼ିବ । ନୃତ୍ୟ ସଙ୍ଗୀତପ୍ରିୟ ହୋଇପାରନ୍ତି । ପ୍ରାପ୍ୟ ଆଦାୟ ପାଇଁ ଉପାୟ ଚିନ୍ତା କରିବେ । ସତ୍‌କର୍ମରେ ନିୟୋଜିତ ହେବେ । ଧର୍ମମାର୍ଗରେ ଚଳିବେ । ଅଷ୍ଟମ ଚନ୍ଦ୍ର ପାଇଁ ସତର୍କ ରହିବେ ।
ବନ୍ଧୁ ମିଳନରେ ଅତିଥି ସତ୍କାରର ଦାୟିତ୍ୱ ବହନ କରିପାରନ୍ତି । ବହୁ ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳକାମ ହେବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ମିଷ୍ଟାନ୍ନ ଭୋଜନ ମିଳିବ । ଆନନ୍ଦ ଉପଭୋଗ କରିବେ ।
ବିଭିନ୍ନ ଦିଗରୁ ସହଯୋଗ ମିଳିବ । ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଋଣ ପରିଶୋଧ କରିପାରନ୍ତି ।
ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସ୍ତରରୁ ଅର୍ଥପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ଅଛି । ସୁସମ୍ୱାଦ ମିଳିପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ ।
ସ୍ୱାଭିମାନୀ ହେବେ । ଶ୍ରମ ସାର୍ଥକ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିପାରନ୍ତି । ଯାନବାହନ ସୁଖ ମିଳିପାରେ । ଗୃହ ପରିବେଶ ବାସୋପଯୋଗୀ ହେବ । ସୁଖ ମିଳିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments