OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 10th Nov 2020

Odia Rashiphala

Odia Rashiphala

ଧନ ଅର୍ଜନ ପାଇଁ ଉପାୟ ଚିନ୍ତା କରିବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ତନ୍ତ୍ରମନ୍ତ୍ରାଦି ଗୁପ୍ତବିଦ୍ୟା ରୁଚି ରହିବ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟ ଭଲରେ ଚାଲିବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହେବା ଆଶା କରାଯାଏ । ସୁଖୀ ହେବେ । ଶୋଭନ ବ୍ୟକ୍ତିର ଅଧିକାରୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ଉଚ୍ଚ ସମ୍ମାନ ଲାଭ କରିବେ । ମନ ପ୍ରସନ୍ନ ରହିବ । ନାସ୍ତିକମାନଙ୍କଠାରୁ ଦୂରେଇ ରହିବେ । ମିଷ୍ଟଭାଷୀ ଭାବେ ଆଦରଣୀୟ ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତିପ୍ରିୟ ହେବେ । ବିଦ୍ୟାପ୍ରେମୀ ହୋଇପାରନ୍ତି । ଦାମ୍ପତ୍ୟ ସୁଖ ମିଳିବ । ମିତ୍ରଙ୍କଠାରୁ ସାହାଯ୍ୟ ମିଳିବ । ଧନାଗମର ସୂଚନା ମିଳୁଛି ।
ସୁଖ ସନ୍ତୋଷ ଲାଭ କରିବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ଜିଣିବା ସହିତ ଧନଲାଭର ସୂଚନା ମିଳୁଛି । ଧନ ସମ୍ପଦ ଭରପୁର ରହିବ । ସୁଖୀ ହେବେ ।
ସୁଯୋଗର ଉପଯୋଗ କରିପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । କର୍ମଚଞ୍ଚଳ ରହିବେ । ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି । ସାହସୀ ହେବେ । ଜ୍ଞାନ, ଗରିମାଯୁକ୍ତ ହୋଇପାରନ୍ତି । ବିଶୁଦ୍ଧଭାଷୀ ହେବେ ।
ଦୁର୍ଗତଙ୍କୁ ସହାୟତା ଦେବେ । ସୁସ୍ଥ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ବ୍ୟବସାୟ ଲାଭଜନକ ହେବ । କରିତ୍‌କର୍ମା ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ମନରେ ଈର୍ଷାଭାବ ଜାଗ୍ରତ ହୋଇପାରେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ସୁଖଭୋଗ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବନ୍ଧୁମାନଙ୍କ ସହଯୋଗ ମିଳିବ । ପତ୍ନୀ ଆପଣଙ୍କୁ ପତନରୁ ଉଦ୍ଧାର କରି ଉତ୍‍ଥାନ ଦେବେ । ସାହସୀ ହେବେ ।
ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆତ୍ମାଭାଜନ ହେବେ । କାର୍ଯ୍ୟ କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିପାରନ୍ତି । ସୁଖଭୋଗ ଅଛି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments