OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 10th Sep 2019

Odia Rashiphala

Odia Rashiphala

ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପରିବାରର ଆଦର୍ଶ ହେବେ । ପ୍ରସନ୍ନତା ଲାଭ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୁଃଖୀ-ରଙ୍କୀଙ୍କ ପାଇଁ ଦୟାର୍ଦଚିତ୍ତ ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ ।
ନିଷ୍ଠାପର ଭାବେ କାର୍ଯ୍ୟ କରିବେ । ସେବକ ମନୋଭାବର ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ବିଳାସ-ବ୍ୟସନ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସୁସ୍ଥ ଓ ନିରାମୟ ରହିବେ । ସାମାନ୍ୟ କ୍ଳେଶ ଉପୁଜିପାରେ । ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶେଷ ପଦବୀଧାରୀ ହେବେ । ମହାଧନ ପ୍ରାପ୍ତ ହେବେ । ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ ।
କାର୍ଯ୍ୟରେ ଆଶିଂକ ସଫଳତା ମିଳିବ । ଦୁଃସାହସିକ ପଦକ୍ଷେପ‌ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଉପଦେଶ ସୁରକ୍ଷା କବଚ ହେବ ।
ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସା ଲାଭ କରିବେ । ସାବଧାନରେ ନ ଚାଲିଲେ ଝୁଣ୍ଟି ପଡ଼ି ଯାଇପାରନ୍ତି ।
ନିଜ ମର୍ଯ୍ୟାଦାକୁ ଜଗି ଚଳିବାକୁ ପଡ଼ିବ । ବିଚାର-ବିମର୍ଷ କରି କାର୍ଯ୍ୟ କଲେ ସଫଳତା ମିଳିବ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ । ଧାର୍ମିକ ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି ।
କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହେବେ । ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଅପ୍ରିୟ ପରିସ୍ଥିତିରୁ ଉଧୁରି ଯିବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ବିଜୟୀ ହେବେ ।
ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ । ତଥାପି ଭାଗ୍ୟବାନ୍ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ । ଧନାଗମର ସୂଚନା ମିଳୁଛି ।
ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସରକାର ହୁଅନ୍ତୁ କିମ୍ବା ବନ୍ଧୁହୁଅନ୍ତୁ ସେମାନଙ୍କ ସାହଯ୍ୟରେ ଲାଭବାନ୍ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ନୂଆ ବନ୍ଧୁ ଜୁଟିବେ ।
ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ଗହଳି ଭିତରୁ ଯାଇ କିଛି ସମୟ ପାଇଁ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ । ପଥରୋଧକାରୀ ମାନେ ବିଫଳ ହେବେ । ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ ।
ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ମିଳିବ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜଧନ ପ୍ରାପ୍ତ ହେବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments