OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 16th March 2021

Odia Rashiphala

Odia Rashiphala

ଆୟ ଆଶାନୁରୂପ ହୋଇପାରେ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ହେବେ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଚିନ୍ତାଧାରା ଉନ୍ନତମାନର ହେବ ।
ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । କର୍ମଚଞ୍ଚଳ ରହିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଶୁଭକାର୍ଯ୍ୟ ବର୍ଜନୀୟ ।
ରୋଜଗାର ଊଣା ହେବ ନାହିଁ । ସୁସମ୍ୱାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସରକାରଙ୍କ କୃପାପାତ୍ର ହେବେ ।
ଶ୍ରମ ସାର୍ଥକ ହେବ । ଶୁଭ ସମାଚାର ମିଳିପାରେ। କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୁଯୋଗ ଅଛି । ଶୁଭକାର୍ଯ୍ୟ କରଣୀୟ । ବିବାଦରେ ବିଜୟୀ ହେବେ ।
ସେବା କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆନନ୍ଦ ଉପଭୋଗ କରିବେ ।
ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ନିଅଣ୍ଟିଆ ପରିସ୍ଥିତି ସୃଷ୍ଟି ହୋଇପାରେ । କେବଳ ସହଯୋଗୀ ବ୍ୟବସାୟରୁ କିଛିଟା ଲାଭ ମିଳିବ । ସ୍ୱାଭିମାନୀ ହୋଇପାରନ୍ତି । ଶୁଭକାର୍ଯ୍ୟ ବର୍ଜନୀୟ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ ।
ସୁଖ ସମ୍ଭୋଗର ସୁଯୋଗ ସୃଷ୍ଟି ହୋଇଛି । ବହୁ ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିବେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ୱାଦ ଶୁଣି ଉତ୍‌ଫୁଲ୍ଲିତ ହେବେ । ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭକାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ଋଣ ପରିଶୋଧ କରିବେ ।
ଅଧ୍ୟାପନା ପାଇଁ ପ୍ରସ୍ତୁତି ସ୍ୱରୂପ ଅଧ୍ୟୟନରତ ହୋଇପାରନ୍ତି । ବିଭିନ୍ନ ସ୍ତରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭଖବର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହୋଇପାରେ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।
ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ । ପରିଶ୍ରମ ଯେତେ କଠିନ ହେଉପଛେ; ତା’ର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ବାସଗୃହ ସ୍ୱାସ୍ଥ୍ୟ ଉପଯୋଗୀ ହେବ । ଯାନବାହନ ସୁଖ ମିଳିପାରେ । ଧନାଗମ ହେବ ।
ଶ୍ରମ ସାର୍ଥକ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୌଭାଗ୍ୟ ଅଛି । ଅଶାନ୍ତି ଦୂର ହେବ । ସରକାରୀ ସ୍ତରରୁ ଲାଭବାନ୍ ହେବେ । ବିବାଦୀୟ ଘଟଣାରେ ବିଜୟୀ ହେବେ ।
ସ୍ୱାଧୀନ ଚିନ୍ତାଧାରାରେ କିଛି କାର୍ଯ୍ୟ କରିବା କଷ୍ଟସାଧ୍ୟ ହେବ । ନୀତିନିଷ୍ଠ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସୁଯୋଗ ଅଛି । ଭାଗ୍ୟଶାଳୀ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭକାର୍ଯ୍ୟ କରିପାରନ୍ତି ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments