![]() |
ସାଧନାର ପ୍ରଥମ ସୋପାନ ସ୍ୱରୂପ ଏକାନ୍ତବାସକୁ ଇଚ୍ଛା କରିବେ । ଚଞ୍ଚଳ ସ୍ୱଭାବର ହେବେ । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି । ରାଜଯୋଗ ପ୍ରାପ୍ତିର ସୂଚନା ମିଳୁଛି । ଜ୍ଞାନ-ଗରିମାଯୁକ୍ତ ହୋଇପାରନ୍ତି । |
![]() |
ସୁଖ-ସମ୍ମାନ ଲାଭ କରିବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତ ହେବାର ସମ୍ଭାବନା ରହିଛି । |
![]() |
କର୍ମଚଞ୍ଚଳ ରହିବେ । ଦୟାଳୁ ସ୍ୱଭାବର ହେବେ । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ ଓ ସଦିଚ୍ଛାଭାବ ରହିବ । |
![]() |
ସେବା-ପୂଜାରେ ମନୋନିବେଶ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
ପ୍ରତିଶୋଧ ପରାୟଣ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଉପଯୁକ୍ତ କର୍ମାନୁରକ୍ତ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ । |
![]() |
ବନ୍ଧୁଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବାରେ ନିୟୋଜିତ ହୋଇପାରନ୍ତି । ଶାନ୍ତି ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଶୁଭଦାୟକ ହେବ । |
![]() |
ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହେବା ସହ ସମ୍ମାନିତ ହୋଇପାରନ୍ତି । |
![]() |
କର୍ମଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ଲାଭ ହେବ । ତନ୍ତ୍ରମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ । |
![]() |
ଉଦାର ପ୍ରକୃତିର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆଦର୍ଶବାଦୀ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଯଶସ୍ୱୀ ହୋଇପାରନ୍ତି । |
![]() |
ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ଭାଷା ମଧୁର ହେବ । ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । |
![]() |
ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରରଭାଷୀ, ବିଦ୍ୟାପ୍ରେମୀ, ଶାନ୍ତିପ୍ରିୟ ହୋଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । କୀର୍ତ୍ତିମାନ୍ ହେବେ । ଲକ୍ଷ୍ୟସ୍ଥଳରେ ଉପନୀତ ହୋଇପାରନ୍ତି । |
![]() |
ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟାଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବ । |