OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 29th Dec 2020

Odia Rashiphala

Odia Rashiphala

ଶ୍ରମ ଲାଘବ ହେବ । ମନ ପ୍ରସନ୍ନ ରହିବ । ଈଶ୍ୱର ବିଶ୍ୱାସୀ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ । ସର୍ବତ୍ର ବିଜୟୀ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ; ମାତ୍ର ବିଳମ୍ବରେ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ସାହସୀ ହୋଇପାରନ୍ତି । ଭାଇମାନଙ୍କ ଠାରୁ ଆଦର ମିଳିବ ।
ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ଦିଗରୁ ଆଶାନୁରୂପ ଆୟ ଆସିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଧନ ସମ୍ପଦ ଭରପୂର ରହିବ । ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି ।
ଶୁଭାଶୁଭ ମିଶ୍ରିତ ଫଳପ୍ରାପ୍ତ ହେବେ । କର୍ମଚଞ୍ଚଳ ରହିବେ । ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ସାହସୀ ହେବେ । ଜ୍ଞାନ ଗରିମାଯୁକ୍ତ ହୋଇପାରନ୍ତି ।
ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ସୁଖୀ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ପାରିବାରିକ ସୁଖ ମିଳିବ ।
ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ବିଦ୍ୱାନ୍, ସାହସୀ, ଉଦ୍ୟୋଗୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ ।
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ‘ଯେସାକୁ ତେସା’ ବ୍ୟବହାର କରିବାକୁ ବାଧ୍ୟ ହେବେ । ସ୍ୱାଭିମାନୀ ହେବେ । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ହେତୁ ସତର୍କ ରହିବେ ।
କାର୍ଯ୍ୟ କରାୟତ୍ତ ହେବ । ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ମିଳନରେ ଉପକୃତ ହୋଇପାରନ୍ତି । ସମାଜସେବା ପ୍ରତି ମନ ବଲାଇ ପାରନ୍ତି । ବେଳେ ବେଳେ ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀ ଉପଦେଷ୍ଟା ହେବେ ।
ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସଂପାଦନ କରିବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।
ଇଷ୍ଟଙ୍କ ଠାରେ ଧ୍ୟାନରତ ହୋଇ କାର୍ଯ୍ୟଭାର ଗ୍ରହଣ କରିବେ । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବୋହିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ ।
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ସ୍ୱାସ୍ଥ୍ୟ ଅତୁଟ ରହିବ । କୃଷି କର୍ମକାରୀ ହେବେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2020

Comments

comments