OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Tuesday 3th Sep 2019

Odia Rashiphala

Odia Rashiphala

ବନ୍ଧୁ ସହଯୋଗ ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ଆଗ୍ରହ ପ୍ରକାଶ କରିବେ । ମନରେ ଅହଂଭାବ ଆସିପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ଉପକୃତ ହେବେ ।
ଗୃହ ଉପକରଣ ସଂଗ୍ରହ କରିପାରନ୍ତି । ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ଉପରେ ଶ୍ରଦ୍ଧାଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଚମତ୍କାରିକ ଲାଭପ୍ରାପ୍ତ ହେବ ।
ମଙ୍ଗଳମୟ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ହଠାତ୍ ଧନଲାଭ ହେବାର ସୂଚନା ମିଳୁଛି । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ପତ୍ନୀଙ୍କ ସହାୟତା ମିଳିବ ।
ଶୁଭବାର୍ତ୍ତା ମିଳିପାରେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ସୁଖୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟିବ । ସୁସ୍ଥ ଓ ନିରାମୟ ରହିବେ । କୃଷିକର୍ମକାରୀ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହେବେ ।
ଗୃହ ପରିବେଶ ଆନନ୍ଦଦାୟକ ହେବ । ମନୋବଳ ଦୃଢ଼ ରହିବ । ଚିତ୍ତରେ ପ୍ରସନ୍ନତା ଲାଭ କରିବେ । କଥାବାର୍ତ୍ତା ସରଳ ଓ ନିରାଡ଼ମ୍ବର ହେବ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସ୍ନେହ ରହିବ । ।
ରୋଜଗାର ଆଶାନୁରୂପ ହେବ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ ।
କାର୍ଯ୍ୟରେ ଆଗ୍ରହୀ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ସୈନିକମାନେ ରଣାଙ୍ଗନରେ ପାରଙ୍ଗମ ହେବେ । ଭଲରେ ରୋଜଗାର ହେବ ।
ଗୃହ ପରିବେଶ ଆନନ୍ଦଦାୟକ ହେବ । କୌଣସି କାରଣରୁ ମନରେ ଉଦ୍‌ବେଗ ଜାତ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି । ଏକାନ୍ତ ପ୍ରିୟ ହେବେ । ସରଳ ଓ ସ୍ନେହପୂର୍ଣ୍ଣ କଥାରେ ପରକୁ ନିଜର କରିବେ ।
ଭୁଲ ସିଦ୍ଧାନ୍ତ ନେଲେ ଖର୍ଚ୍ଚାନ୍ତରେ ପଡ଼ିବେ । ଧନଦ୍ରବ୍ୟ ଲାଭର ସୁଯୋଗ ସୃଷ୍ଟି ହୋଇଛି । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ କୃପା ମିଳିବ ।
ଶ୍ରମ ସାର୍ଥକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟରେ ପାରଙ୍ଗମ ହେବେ । ଯଶସ୍ୱୀ ହେବେ । ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ରହିବ ।
ଦକ୍ଷତାର ଉପଯୋଗ କରିପାରନ୍ତି । ଆଶ୍ୱସ୍ତି ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସପୂର୍ଣ୍ଣ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ ।
ଆନନ୍ଦ ଉତ୍ସବରେ ନିଜକୁ ସାମିଲ କରିପାରନ୍ତି । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ପରିସ୍ଥିତିକୁ ଅନୁଧ୍ୟାନ କରି ଈର୍ଷା ପରାୟଣ ହେବାକୁ ବାଧ୍ୟ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2019

Comments

comments