![]() |
ସୁଖ, ସମ୍ମାନ ସବୁକିଛି ମିଳିପାରେ । ନିଜ ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହୋଇପାରନ୍ତି । |
![]() |
ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସିଦ୍ଧହସ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ । |
![]() |
କାର୍ଯ୍ୟରେ ଅଗ୍ରଗତି ଘଟିବ । ଈର୍ଷାରୁ ନିବୃତ୍ତ ଗଲେ ପ୍ରଶଂସାର ପାତ୍ର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । |
![]() |
ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବ୍ୟବସାୟ ଲାଭଜନକ ହେବ । ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ସେବା ମନୋଭାବର ହୋଇପାରନ୍ତି । ଶନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହୋଇପାରନ୍ତି । ବିବାହ ବିଳମ୍ବ ହେବ । |
![]() |
ଏକ ନୂତନ କାର୍ଯ୍ୟ ହାତକୁ ଆସିପାରେ । ଆମୋଦପ୍ରମୋଦରେ ସମୟ ବିତାଉ ଥିବାବେଳେ ଶତ୍ରୁର ଉପସ୍ଥିତି ପାଇଁ ବ୍ୟବସ୍ଥା ଗ୍ରହଣ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ବହୁ ଶୁଭଫଳ ମିଳିବ । |
![]() |
ମିତ୍ର ଲାଭର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ଏପରିକି ଜ୍ୟୋତିଷ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । |
![]() |
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । କୃଷିକାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ବୁଦ୍ଧିମାନ୍ ହୋଇପାରନ୍ତି । |
![]() |
କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କଠାରୁ ଆଦର ଓ ସମ୍ମାନ ମିଳିବ । |
![]() |
ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । ବ୍ୟବସାୟରୁ ଅଧିକ ଧନଲାଭ ହେବ । |
![]() |
ପରାମର୍ଶ ବିନା, ସ୍ୱାଧୀନଭାବେ କିଛି କରିବାକୁ ଇଚ୍ଛା କଲେ ତାହା କଷ୍ଟସାଧ୍ୟ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରୁଚିକର ଭୋଜନ ମିଳିବ । ସୁସ୍ଥ ଓ ନିରାମୟ ରହିବେ । |
![]() |
ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ । ଅଧିକ ବ୍ୟୟ ପାଇଁ ଇଚ୍ଛା କରିବେ । କର୍ମ ଚଞ୍ଚଳ ରହିବେ । ସ୍ନେହପୂର୍ଣ୍ଣ କଥାରେ ସହକର୍ମୀମାନଙ୍କୁ ଆପଣାର କରି କାର୍ଯ୍ୟ ହାସଲ କରିବେ । ଧାର୍ମିକ ପ୍ରବୃତ୍ତିର ହେବେ । |
![]() |
କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । କର୍ମ ଚଞ୍ଚଳ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ରାଜକୋଷ ଅର୍ଥ ମିଳିପାରେ । |