![]() |
ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି । ଆଶାବାଦୀ ହେବେ । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ । |
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ରଣାଙ୍ଗନ ବୀରତ୍ୱ ପ୍ରଦର୍ଶନ କରି ପ୍ରଶଂସାର ପାତ୍ର ହେବେ । ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ । ଧନଲାଭ ହେବ । | |
ଦ୍ରବ୍ୟ ଲାଭର ସୂଚନା ମିଳୁଛି । ପଥରୋଧ ହୋଇପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି । କଥାବାର୍ତ୍ତାର ମାଧୁର୍ଯ୍ୟରେ ଅନ୍ୟମାନେ ମୋହିତ ହୋଇପାରନ୍ତି । ଜ୍ଞାନ-ଗରିମା, ସାହସୀ ଓ ଗୁଣଜ୍ଞ ହେବେ । | |
କାର୍ଯ୍ୟଭାର ଲାଘବ ହେବ । ରୋଜଗାର ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଗୃହ ଓ ଯାନବାହନ ସୁଖ ମିଳିବ । | |
ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ । ସୁଖ-ସମ୍ମାନ ଲାଭ କରିପାରନ୍ତି । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ସରକାରଙ୍କ କୃପାପାତ୍ର ହେବେ । | |
ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇପାରନ୍ତି । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ବିଦ୍ୱାନ୍ ଓ ସାହସୀ ହେବେ । | |
ଦାୟିତ୍ୱରେ ପରିବର୍ତ୍ତନ ଘଟିବ । ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ । | |
ଅର୍ଜନ କରିଥିବା ପୂର୍ବର ଅଭିଜ୍ଞତା କାର୍ଯ୍ୟରେ ଲଗାଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ । | |
ବିଭିନ୍ନ କାରଣରୁ ବ୍ୟଥିତ ହୋଇପାରନ୍ତି । ସମ୍ମାନକୁ ଜଗି ଚଳିବାକୁ ପଡ଼ିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । | |
ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପାଇଁ ଆଗ୍ରହୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ପତ୍ନୀଙ୍କ ସହାୟତା ମିଳିବ । | |
ବିପଦକୁ ଏଡ଼ାଇ ଆଗକୁ ବଢ଼ିପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ପ୍ରତିଷ୍ଠା ଅର୍ଜନ କରିପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମ ଉପରେ ଆଲୋକପାତ କରିପାରନ୍ତି । | |
ଅଘଟଣ ଘଟିବ । ପୂର୍ବରୁ ସତର୍କ ହେବେ । ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫରେ ଆକ୍ରାନ୍ତ ହେବେ । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃ ସ୍ନେହ ରହିବ । |
Odia Calendar 2019
Comments
comments