OdiaWeb- Odia Film, Music, Songs, Videos, SMS, Shayari, Tourism, News

Odia Rasiphala Wednesday 6th January 2021

Odia Rashiphala

Odia Rashiphala

ଶତ୍ରୁ ପରାଜିତ କରିପାରନ୍ତି । ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ସମାଚାର ପାଇ ଖୁସି ହେବେ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ ।
ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତ ହେବେ । ଶୁଭ ସମାଚାର ଶୁଣି ଅତ୍ୟନ୍ତ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସନ୍ତାନ ଲାଭର ସୂଚନା ମିଳୁଛି । ଅସୁସ୍ଥ ଦେଖା ଦେଇ ପାରେ ।
ପରିଶ୍ରମ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ । ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ସ୍ୱାଭିମାନୀ ହେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହୋଇପାରନ୍ତି । ଗୃହ ପରିବେଶ ଉତ୍ତମମାନର ହେବ । ଶତ୍ରୁନାଶ କରିପାରନ୍ତି ।
ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଭଗବତପ୍ରେମୀ ହେବେ । ଦେବ ଦର୍ଶନ ଶୁଭଦାୟକ ହେବ । ଅଶାନ୍ତିର ମାତ୍ରା ହ୍ରାସ ହେବ । ସରକାରୀ ସ୍ତରରୁ ଲାଭ ଉଠାଇବାକୁ ପାରଙ୍ଗମ ହେବେ ।
ଦୁଃସମ୍ବାଦ ଶୁଣି ବିଷାଦିତ ହୋଇପାରନ୍ତି । ତ୍ୟାଗପୁତ ମନୋବୃତ୍ତିର ହୋଇପାରନ୍ତି । ନୀତିନିଷ୍ଠ ହେବେ । ବିବିଧ ଧନଯୁକ୍ତ ହୋଇପାରନ୍ତି । ଚଞ୍ଚଳମନା ହେବେ । ସନ୍ତୁଷ୍ଟ ଚିତ୍ତଯୁକ୍ତ ହୋଇପାରନ୍ତି । କୀର୍ତ୍ତିମାନ୍ ଓ ସହିଷ୍ଣୁ ହେବେ ।
ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ନୂଆ ବନ୍ଧୁ ଜୁଟିବେ । ଚିନ୍ତାଧାରା ଉନ୍ନତମାନର ହେବ ।
ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି । ନାନା ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଧର୍ମ କାର୍ଯ୍ୟରେ ଧନବ୍ୟୟ କରିପାରନ୍ତି । ଛଳପୂର୍ଣ୍ଣ କଥାରେ ପରକୁ ଆପଣାର କରିପାରନ୍ତି । ପ୍ରିୟଭାଷୀ ଓ ଧନ-ବାହାନଯୁକ୍ତ ହେବେ ।
ସୁସମ୍ୱାଦ ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ନାନାବିଧ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ଭୋଗ କରିପାରନ୍ତି ।
ଶୁଭ ସମାଚାର ମିଳିପାରେ । କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଧାର୍ଯ୍ୟ ହୋଇଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । ସରକାରୀ ଧନ ମିଳିପାରେ । ଗୁଣଜ୍ଞ ହେବେ ।
କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତାର ଅଧିକାରୀ ହୋଇ ତା’ର ସଦ୍‌ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ପ୍ରବଚନ ଶୁଣିବେ । ମନରେ ଭୟର ସଞ୍ଚାର ହୋଇପାରେ । ଦୁଃଖ ନାଶ ହେବ ।
ସଙ୍ଗୀତପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ଯଶସ୍ୱୀ ହେବେ । ଧନଶାଳୀ ହୋଇପାରନ୍ତି । ସରକାରୀ ଧନ ମିଳିପାରେ । ଉପରୋକ୍ତ ଶୁଭ ସମୟ ଥିଲେ ବି ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ ।
ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ରୁଚିକର ଭୋଜନରେ ଆପ୍ୟାୟିତ ହେବା ସହିତ ଆନନ୍ଦ ଉପଭୋଗ କରିପାରନ୍ତି । ବନ୍ଧୁ ସହଯୋଗ ମିଳିପାରେ ।
For daily odia rashiphala visit our website daily in the morning. This is compiled from a trusted source.

Odia Calendar 2021

Comments

comments