
ଗୁଳ୍ମ ବା ଲତାର ପତ୍ରକୁ ଶାକ ବା ଶାଗ କୁହାଯାଏ । ଶାଗକୁ ମୁଖ୍ୟତଃ ଖାଦ୍ୟ ଭାବରେ ବ୍ୟବହାର କରାଯାଏ । ଏହାକୁ ଭାଜି, ଖରଡ଼ି ବା ତରକାରି କରି ସାଧାରଣତଃ ଭାତ ସହିତ ଖିଆଯାଇଥାଏ । କେତେକ ସ୍ଥାନରେ ଏହାକୁ ରୋଟି ସହିତ ମଧ୍ୟ ଖାଇଥାନ୍ତି । ମୁଖ୍ୟତଃ ଏହା ଭଜାଯାଇଥାଏ, କିନ୍ତୁ କେତେକ ପ୍ରକାର ଶାଗ ଡାଲି ସହିତ ବା ଅନ୍ୟାନ୍ୟ ରନ୍ଧନ ସାମଗ୍ରୀ ସହିତ ତରଳ ବା ତରକାରୀ ଆକାରରେ ପ୍ରସ୍ତୁତ କରାଯାଇଥାଏ । ଏହା ମଧ୍ୟ ଜଗନ୍ନାଥଙ୍କ ମହାପ୍ରସାଦରେ ବ୍ୟବହାର କରାଯାଇଥାଏ ।